ପୀଡ଼ିତାଙ୍କ ମୃତ୍ୟୁ ଖବର ଶୁଣି ଭାଙ୍ଗି ପଡିଲେ ମୁଖ୍ୟମନ୍ତ୍ରୀ, ଦେଲେ ବଡ଼ ନିର୍ଦ୍ଦେଶ

ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଟୁଇଟ କରି କହିଛନ୍ତି, ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ।

ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।

ମୁଁ ଦିବଂଗତ ଛାତ୍ରୀଙ୍କ ପରିବାରକୁ ଆଶ୍ୱାସନା ଦେଉଛି ଯେ ସମ୍ପୃକ୍ତ ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରାଯିବ। ଏଥିପାଇଁ ବ୍ୟକ୍ତିଗତ ଭାବେ ମୁଁ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛି । ପରିବାର ସହିତ ସରକାର ଦୃଢ଼ ଭାବରେ ଛିଡା ହୋଇଛନ୍ତି ।

Post Views40 Total Count

Apply Now


This will close in 0 seconds

error: Content is protected !!