ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ରାଶି ଘୋଷଣା

ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା। ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା । ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସହାୟତା ଘୋଷଣା ନେଇ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା ଦେଇଛନ୍ତି । ତେବେ ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ କରି ଶେଷରେ ଜୀବନ ଯୁଦ୍ଧରେ ହାରିଛନ୍ତି ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ।

ସୋମବାର ବିଳମ୍ବିତ ରାତିରେ ଏମ୍‌ସ କର୍ତ୍ତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଛନ୍ତି। ଫଳରେ ନିଜ କଲେଜ ଅଧ୍ୟାପକଙ୍କ ଦ୍ବାରା ନିର୍ଯାତନାର ଶିକାର ହୋଇ ଅନ୍ୟାୟ ବିରୋଧରେ ଲଢ଼ିଥିବା ଏହି ମୋଧାବିନୀ ଛାତ୍ରୀଙ୍କ ସଂଘର୍ଷର ଦୁଃଖଦ ଅନ୍ତ ଘଟିଛି। ବିଳମ୍ବିତ ରାତିରେ ଏହି ଖବର ଜଣାପଡ଼ିବା ପରେ ସମସ୍ତେ ସ୍ତମ୍ଭୀଭୂତ ହୋଇଯାଇଛନ୍ତି। ସେପଟେ ଏନେଇ ମୁଖ୍ୟମନ୍ତ୍ରୀ , ଉପମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ଶୋକପ୍ରକାଶ କରିଛନ୍ତି ।

Post Views4 Total Count

Apply Now


This will close in 0 seconds

error: Content is protected !!