ଅରୁଣ ସାହୁଙ୍କ ସମେତ ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୁଲିସ । ଏଫ୍ଏମ୍ କଲେଜ ଛାତ୍ରୀ ମୃତ୍ୟୁ ମାମଲାରେ ତୀବ୍ର ହେଉଛି ପ୍ରତିବାଦ । ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଆନ୍ଦୋଳନ ଏବଂ ପ୍ରତିବାଦ ।
ବିରୋଧୀ ବିଜେଡି ଆଜି ଏହି ପ୍ରସଙ୍ଗରେ ବାଲେଶ୍ୱର ବନ୍ଦ ଡାକରା ଦେବା ସହ ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିଛି । ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ ।
ପୁଲିସ ଓ ସୁରକ୍ଷାକର୍ମୀ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ବିଜେଡି କର୍ମୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୁଲିସ ପାଣିମାଡ଼ କରୁଥିବା ଦେଖିବାକୁ ମିଳିଛି ।

