ଏମ୍‌ସ ଦିଲ୍ଲୀରେ ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ

ପୁରି ଜିଲ୍ଲା ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ କ୍ରାଇମ୍‌ବ୍ରାଞ୍ଚଙ୍କୁ ଅନେକ ତଥ୍ୟ ହାସଲ ହୋଇଛି। ବଳଙ୍ଗା ପୁଲିସ ଓ କ୍ରାଇମ୍‌ବ୍ରାଞ୍ଚର ଟିମ୍‌ କ୍ରାଇମ୍‌ ସ୍ପଟ୍‌ର ରୁପା ମୁଦି ଓ ଅଳଂକାର ଦୋକାନୀଙ୍କ ମାଧ୍ୟମରେ ଅନେକ ତଥ୍ୟ ବାହାର କରିଛନ୍ତି।

କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଏମ୍ସ ଦିଲ୍ଲୀରେ ନାବାଳିକାଙ୍କ ବୟାନ ରେକର୍ଡ କରିଛନ୍ତି। ସମ୍ପୂର୍ଣ ଭିଡିଓ ମାଧ୍ୟମରେ ବୟାନ ରେକର୍ଡ କରାଯାଇଛି। ବୟାନ ରେକର୍ଡ ସମୟରେ ଏମ୍‌ସ ଦିଲ୍ଲୀରେ ଜଣେ ଡାକ୍ତର, ସେହି ଅଂଚଳର ଜଣେ ମାଜିଷ୍ଟ୍ରେଟ୍‌, ବଳଙ୍ଗା ଥାନାର ମହିଳା ଏଏସ୍‌ଆଇ, କ୍ରାଇମ ବ୍ରାଞ୍ଚର ଜଣେ ଅଧିକାରୀଙ୍କ ସମେତ ପୀଡ଼ିତାଙ୍କ ପରିବାରର ଜଣେ ସଦସ୍ୟ ଉପସ୍ଥିତ ଥିଲେ।ବଳଙ୍ଗା ପୁଲିସ ଓ କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକିୟା ଚୂଡାନ୍ତ ପର୍ଯାୟରେ ପହଞ୍ଚି ଥିବା ଅନୁମାନ କରାଯାଉଛି। ତଦନ୍ତର ସମ୍ପୂର୍ଣ ତଥ୍ୟ ଉପରିସ୍ଥ ଅଧିକାରୀଙ୍କୁ ମଧ୍ୟ ଦିଆଯାଇଥିବା ସରିଛି। ବଳଙ୍ଗା ପୁଲିସ ଓ କ୍ରାଇମବ୍ରାଞ୍ଚ ଟିମ୍‌ ଆସନ୍ତାକାଲି ଦିଲ୍ଲୀରୁ ଫେରିବେ।

ସୂଚନାଯୋଗ୍ୟ, ପୁରୀ ଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତ ଶନିବାର ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଥିଲା। କିନ୍ତୁ ପୀଡ଼ିତାଙ୍କ ଅଧିକ ଚିକିତ୍ସା ପାଇଁ ଏମ୍‌ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା।

Post Views11 Total Count

Apply Now


This will close in 0 seconds

error: Content is protected !!