ବନ୍ଧା ହେଲେ ଅମରେଶ ଜେନା

ବିଜେଡି କର୍ପୋରେଟର୍‌ ଅମରେଶ ଜେନାଙ୍କୁ ଅବଶେଷରେ ଗିରଫ କରିଛି କମିସନରେଟ୍ ପୁଲିସ୍। ତାଙ୍କୁ ବାଲେଶ୍ବରରୁ ଗିରଫ କରାଯାଇଥିବାର ସୂଚନା ରହିଛି। ଗତକାଲି ତାଙ୍କୁ ଫେରାର ହେବା‌ରେ ସହଯୋଗ କରିଥିବା ୫ ସହଯୋଗୀଙ୍କୁ ଲକ୍ଷ୍ମୀସାଗର ଥାନା ପୁଲିସ ଗିରଫ କରିଥିଲେ। ଅଭିଯୁକ୍ତମାନେ ‌ବଡ଼ଗଡ଼ ଗୌତମନଗରର ବିବେକ କୁମାର ସ୍ବାଇଁ(୨୯), ସନ୍ତୋଷୀବିହାର ଅଞ୍ଚଳର ବିକ୍ରମ ମହାନ୍ତି(୪୨), ଚିନ୍ତାମଣିଶ୍ବର ଅଞ୍ଚଳର ଦେବେନ୍ଦ୍ର ଭୋଳ(୪୫)ଓ ସୁମନ କୁମାର ସାହୁ(୨୭) ଏବଂ ଲକ୍ଷ୍ମୀସାଗର ଶବରସାହିର ରାଜୀବ ଚମ୍ପତ୍ତି(୪୫)।

ଗତ ଗୁରୁବାର ଦିନ ଲକ୍ଷ୍ମୀସାଗର ଥାନାରେ ଜଣେ ଯୁବତୀ ଅମରେଶ ଜେନା ଓରଫ ବାୟାଁଙ୍କ ନାମରେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭ୍ରୁଣହତ୍ୟା ପାଇଁ ବାଧ୍ୟ କରିଥିବା ନେଇ ଅଭି‌ଯୋଗ କରିଥିଲେ। ଅଭିଯୋଗ ପରେ ପୁଲିସ ତାଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି କରିଥିଲା। କିନ୍ତୁ ଅଭିଯୁକ୍ତ ଅମ‌ରେଶ ଜେନା ଫେରାର ହୋଇଯାଇଥିଲେ। ପୁଲିସ ତାଙ୍କ ମୋବାଇଲ ଟ୍ରାକିଂ କରିବା ସହିତ ସେ କେଉଁଠାରେ ଅଛନ୍ତି ତାହାର ତଦନ୍ତ ଆରମ୍ଭ କରିଥିଲା। ତାଙ୍କ ମୋବାଇଲ ଟ୍ରାକିଂ ବେଳେ କିଛି ସହଯୋଗୀଙ୍କ ସହିତ କଥା ହୋଇଥିବା ପୁଲିସ ଜାଣିବାକୁ ପାଇଥିଲା। ସେମାନଙ୍କୁ ଥାନାକୁ ଆଣି ପୁଲିସ ପଚରାଉଚରା କରିଥିଲା। ସେମାନେ ତାଙ୍କୁ ‌ଫେରାର ହେବାରେ ସହଯୋଗ କରିଥିବା ସ୍ବୀକାର କରିଥିଲେ। ପରେ ‌ସେମାନଙ୍କୁ ଗିରଫ କରି ପୁଲିସ କୋର୍ଟଚାଲାଣ କରିଥିଲା।

ସୂଚନାନୁସାରେ, ଗତ ଗୁରୁବାର ଦିନ ଲକ୍ଷ୍ମୀସାଗର ଥାନାରେ ଜଣେ ଯୁବତୀ ଅମରେଶ ଜେନା ଓରଫ ବାୟାଁଙ୍କ ନାମରେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭ୍ରୁଣହତ୍ୟା ପାଇଁ ବାଧ୍ୟ କରିଥିବା ନେଇ ଅଭି‌ଯୋଗ କରିଥିଲେ। ଅଭିଯୋଗ ପରେ ପୁଲିସ ତାଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି କରିଥିଲା। କିନ୍ତୁ ଅଭିଯୁକ୍ତ ଅମ‌ରେଶ ଜେନା ଫେରାର ହୋଇଯାଇଥିଲେ। ପୁଲିସ ତାଙ୍କ ମୋବାଇଲ ଟ୍ରାକିଂ କରିବା ସହିତ ସେ କେଉଁଠାରେ ଅଛନ୍ତି ତାହାର ତଦନ୍ତ ଆରମ୍ଭ କରିଥିଲା। ତାଙ୍କ ମୋବାଇଲ ଟ୍ରାକିଂ ବେଳେ କିଛି ସହଯୋଗୀଙ୍କ ସହିତ କଥା ହୋଇଥିବା ପୁଲିସ ଜାଣିବାକୁ ପାଇଥିଲା। ସେମାନଙ୍କୁ ଥାନାକୁ ଆଣି ପୁଲିସ ପଚରାଉଚରା କରିଥିଲା। ସେମାନେ ତାଙ୍କୁ ‌ଫେରାର ହେବାରେ ସହଯୋଗ କରିଥିବା ସ୍ବୀକାର କରିଥିଲେ। ପରେ ‌ସେମାନଙ୍କୁ ଗିରଫ କରି ପୁଲିସ କୋର୍ଟଚାଲାଣ କରିଥିଲା। ଅନ୍ୟପକ୍ଷରେ ପୀଡ଼ିତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ ଉପରେ ପୁଲିସ‌ କେସ ଉଠାଇବାକୁ ଚାପ ପକାଉଥିବା ସେ ଭିଡିଓ ମାଧ୍ୟମ‌ରେ କହିଛନ୍ତି। ପୁଲିସ କାହିଁକି ଅମରେଶଙ୍କୁ ଗିରଫ କରୁନାହିଁ ବୋଲି ସେ ପ୍ରଶ୍ନ ଉଠାଉଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ। ନହେଲେ ସେ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଥିଲେ। ନ୍ୟାୟ ନ ପାଇ ସେ ଆତ୍ମହତ୍ୟା କଲେ କେହି ମହମବତି ଶୋଭାଯାତ୍ରା କରିବେ ନାହିଁ ବୋଲି ସେ କହିଥିଲେ।

Post Views30 Total Count

Apply Now


This will close in 0 seconds

error: Content is protected !!