ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଏବେ ନୂଆ ରୂପରେ ସଜେଇ ହୋଇଛି ଭିତରକନିକା ।

ପର୍ଯ୍ୟଟକମାନେ ଭିତରକନିକାରେ ଲୁଣା ଜାତୀୟ ଗଛଗୁଡ଼ିକର ଚାରାକୁ ମ୍ୟାନ୍‌ଗ୍ରୁଭ୍‌ ନର୍ସରୀରେ ଦେଖିବାର ସୁଯୋଗ ପାଇବେ । ଏଥିସହ ବୋଟ୍‌ ଲାଇବ୍ରେରୀରେ ବିଭିନ୍ନ ଜୀବଜନ୍ତୁ, ପରିବେଶ ସହ ଅନ୍ୟ ବହି ପଢ଼ିବାର ସୁଯୋଗ ପାଇପାରିବେ ।

ଏହାଛଡ଼ା ମ୍ୟୁଜିୟମ୍‌ର ମଜା ନେବା ସହ ଧଳା କୁମ୍ଭୀର ଗୋରୀ ଓ ମଲ୍ଲୀ, ଶ୍ୱେତାକୁ ଦେଖିପାରିବେ । ଭିତରକନିକାର ଡାଙ୍ଗମାଳଠାରେ ୬ଟି ଫାଇବର ବୋଟ୍‌ ଥିବା ବେଳେ ଗୁପ୍ତିଠାରେ ୪ଟି ଫାଇବର ବୋଟ୍‌ ବ୍ୟବସ୍ଥା ରହିଛି ।

ପୂର୍ବବର୍ଷ ଭଳି ପଲିଥିନ୍‌କୁ ବାରଣ କରାଯିବା ସହ ଏହା ନଆଣିବା ପାଇଁ ବନଖଣ୍ଡ ପକ୍ଷରୁ ନିଷେଧ କରାଯାଇଛି । ଭିତରକନିକା ଫରେଷ୍ଟ ବ୍ଲକ୍‌ରେ ପର୍ଯ୍ୟଟକଙ୍କ ପାଇଁ ୱାଚ୍‌ ଟାୱାର ନିର୍ମାଣ କରାଯାଇଛି । ମେଟା ନର୍ସରୀ ନିକଟରୁ ୬ଶହ ମିଟର ପର୍ଯ୍ୟନ୍ତ କାଠରେ ସ୍କାଏ ୱାକ୍‌ ନିର୍ମାଣ ହୋଇଛି ।

Post Views18 Total Count

Apply Now


This will close in 0 seconds

error: Content is protected !!