ଉତ୍ତର-ଓଡ଼ିଶାରେ କେମିତି ରହିଛି ବନ୍ୟା ସ୍ଥିତି । ଆକାଶ ମାର୍ଗରୁ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବନ୍ୟା ସ୍ଥିତି ଦେଖି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀ ଏରିଏଲ ସର୍ଭେ କରିଥିବା ବେଳେ ସାଙ୍ଗରେ ଥିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ସ୍ବତନ୍ତ୍ର ରିଲିଫ କମିଶନର । ସମସ୍ତେ ହେଲିକେପ୍ଟର ଯୋଗେ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତିର ଅନଧ୍ୟାନ କରିଛନ୍ତି ।
ବନ୍ୟାରେ ବେହାଲ ହୋଇଛି ଉତ୍ତର ଓଡିଶା । ଲଗାତାର ବନ୍ୟା ଆସିବା ଫଳରେ ବାଲେଶ୍ବର, ଭଦ୍ରକର ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ଏବେ କେମିତି ରହିଛି ସ୍ଥିତି । କଣ ହୋଇଛି କ୍ଷୟକ୍ଷତି ତାର ସମୀକ୍ଷା ଆକାଶ ମାର୍ଗରୁ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଆକାଶ ମାର୍ଗରୁ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ବନ୍ୟା ସ୍ଥିତ ନିୟନ୍ତ୍ରଣରେ ଅଛି। ପ୍ରଭାବିତ ଲୋକଙ୍କୁ ସବୁ ପ୍ରକାରର ସହାୟତା ଦିଆଯିବ। ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛୁ। ବନ୍ୟାରେ ବାଲେଶ୍ବର ଜିଲାର ୪ଟି ବ୍ଲକ୍, ଭଦ୍ରକ ଓ ଯାଜପୁର ଜିଲ୍ଲାର ଦୁଇ ବ୍ଲକ୍ ପ୍ରଭାବିତ ହୋଇଛି। ଏହି ଅଞ୍ଚଳର ୮୧ଟି ଗାଁର ୩୦ ହଜାର ଲୋକ ପ୍ରଭାବିତ ହୋଇଛନ୍ତି।ତେବେ ସବୁ ନିୟନ୍ତ୍ରଣରେ ଅଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

