ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ

ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଆଜି ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ହୋଇଯାଇଛି। ଅବସ୍ଥା ଗୁରୁତର ଥିବାରୁ ଭୁବନେଶ୍ୱରରୁ ତାଙ୍କୁ ଦିଲ୍ଲୀକୁ ଏୟାର ଲିଫ୍ଟ କରାଯାଇଥିଲା। ଭୁବନେଶ୍ୱରର ଏମ୍‌ସରୁ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ନିଆଯାଇଥିଲା ।

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।

Post Views51 Total Count

Apply Now


This will close in 0 seconds

error: Content is protected !!