ସୋଭନା ମହାନ୍ତି ମହିଳା କମିସନ ଅଧ୍ୟକ୍ଷ

ରାଜ୍ୟ ସରକାର ସୋଭନା ମହାନ୍ତିଙ୍କୁ ମହିଳା କମିସନର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏ‌ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି ହୋଇଛି। ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ କରଞ୍ଜିଆ ଗାଁର ସୋଭନା ମହାନ୍ତି ଏହି ପଦବିରେ ତିନି ବର୍ଷ ରହିବେ ବୋଲି ଏଥିରେ କୁହାଯାଇଛି।

ନୂଆ ନିଯୁକ୍ତି ନେଇ ସୋଭନା ମହାନ୍ତି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଶ୍ରୀମତୀ ମହାନ୍ତି କହିଛନ୍ତି, ପଦପାଇଁ ଆଶା କରି ନଥିଲି। କିନ୍ତୁ ଏହା ମିଳିଥିବାରୁ ଖୁସି ଅନୁଭବ କରୁଛି। ରାଜ୍ୟ ସରକାର ଯେଉଁ ଦାୟିତ୍ବ ଦେଇଛନ୍ତି, ତାକୁ ଠିକ୍‌ ଭାବେ ତୁଲାଇବି। ମୖହିଳାଙ୍କୁ ଠିକ ଭାବେ ନ୍ୟାୟ ଦେବାକୁ ଉଦ୍ୟମ କରିବି। ଆମ ସରକାରରେ ମହିଳାଙ୍କୁ ଉଚିତ ନ୍ୟାୟ ମିଳିବ। ମୁଁ ବାଲେଶ୍ବରର ଝିଅ, ନ୍ୟାୟ ପାଇଁ ସବୁବେଳେ ଲଢ଼ିବି। ନିଜ ଦଳ ହୁଅନ୍ତୁ ବା ଅନ୍ୟ କେଉଁ ଦଳର ହୁଅନ୍ତୁ ଦୋଷୀଙ୍କୁ ଛଡ଼ାଯିବ ନାହିଁ। ଶିଶୁ ସୁରକ୍ଷା ଅଧ୍ୟକ୍ଷ ବବିତା ପାତ୍ର ଗଣମାଧ୍ୟମକୁ ପ୍ରତିକ୍ରିୟାରେ କହିଛନ୍ତି, ବିଶ୍ୱାସ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଧନ୍ୟବାଦ ଜଣାଉଛି। ଶିଶୁ ଅଧିକାର ଓ ସୁରକ୍ଷା ସୁନିଶ୍ଚିତ ହେବ। ଶିଶୁ ନିର୍ଯାତନା କମାଇବାକୁ ରୋଡ଼ ମ୍ୟାପ କରିବୁ। ବିଭାଗ ସହ ମିଶି ଶିଶୁ ଚାଲାଣ ଓ ଶିଶୁ ଶ୍ରମିକ ରୋକିବୁ।

Post Views8 Total Count

Apply Now


This will close in 0 seconds

error: Content is protected !!