ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା । ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ୱ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଟଙ୍କା ବାଣ୍ଟିଛନ୍ତି । ଏକକାଳୀନ ୧ କୋଟି ହିତାଧିକାରୀଙ୍କୁ ଖାତାକୁ ଗଲା ୫ହଜାର ଟଙ୍କା ।
ତେବେ ଯେଉଁ ହିତାଧିକାରୀ ଭାବେ ପ୍ରଥମ ଦୁଇଟି କିସ୍ତିରେ ଟଙ୍କା ପାଇନାହାନ୍ତି, ସେମାନଙ୍କୁ ମଧ୍ୟ ଟଙ୍କା ପ୍ରଦାନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ଏପର୍ଯ୍ୟନ୍ତ ୨ଲକ୍ଷ ହିତାଧିକାରୀ ବାଦ୍ ପଡ଼ିଛନ୍ତି । ସେମାନଙ୍କୁ ଯୋଡ଼ିବା ପାଇଁ ଆଉଥରେ ସର୍ଭେ ହେବ । ୯୩ ହଜାର ହିତାଧିକାରୀ ମହିଳାଙ୍କୁ ୬୦ ବର୍ଷ ପୁରିଥିବାରୁ ବିଭାଗ ସେମାନଙ୍କୁ ଭତ୍ତା ପାଇଁ ଏସ୍ଏସ୍ଇପିଡିକୁ ପଠାଇଛି ।

