୪ ଜିଲ୍ଲାରେ ହେବ ମେଡିକାଲ କଲେଜ

୪ ଜିଲ୍ଲାରେ ହେବ ମେଡିକାଲ କଲେଜ । କୋରାପୁଟରେ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଲୋକାର୍ପଣ ଉତ୍ସବରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବର୍ତ୍ତମାନ ୧୨ଟି ସରକାରୀ ମେଡିକାଲ କଲେଜ ଅଛି ।

ଖୁବ୍ ଶୀଘ୍ର ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ ବୋଲି କହିଛନ୍ତି ।

ଆଜି ସହିଦ ଲକ୍ଷ୍ମଣ ନାୟକ ହସ୍ପିଟାଲରେ ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଉଦ୍ ଘାଟନ ପରେ ଅଭିଭାଷଣ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ସମସ୍ତ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସେବା ପଦବୀ ଖୁବ ଶୀଘ୍ର ପୂରଣ ହେବ । ସିଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ନିରୀକ୍ଷାର ବ୍ୟବସ୍ଥା ମଧ୍ୟ କରାଯାଉଛି ।

ଗୁରୁତର ରୋଗୀଙ୍କ ପାଇଁ ଯେପରି ଅକ୍ସିଜେନର ଅଭାବ ନହେବ ସେଥିପାଇଁ ସ୍ବତନ୍ତ୍ର ଅକ୍ସିଜେନ୍ ପ୍ଲାଣ୍ଟ ବସାଯାଉଛି । ଏହି ହସ୍‍ପିଟାଲ ସଂଲଗ୍ନ ୨ ଏକର ପରିମିତ ଜାଗାରେ କ୍ୟାନ୍ସର ଚିକିତ୍ସା ହସ୍‍ପିଟାଲ ମଧ୍ୟ ନିର୍ମାଣ କରାଯାଉଛି । ଏଥିପାଇଁ ସରକାର ପ୍ରାୟ ୪୧ କୋଟି ୧୫ ଲକ୍ଷ ଟଙ୍କାର ବ୍ୟୟ ବରାଦ କରିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Post Views5 Total Count

Apply Now


This will close in 0 seconds

error: Content is protected !!