ଚିକିତ୍ସାଧୀନ ଅବସ୍ଥାରେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକାଙ୍କ  ଚାଲିଗଲା ଜୀବନ

ବରଗଡ଼ରେ ଅର୍ଦ୍ଧଦଗ୍ଧ ନାବାଳିକାଙ୍କ ମୃତ୍ୟୁ । ବୁର୍ଲ୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ନାବାଳିକାଙ୍କ ଜୀବନ । ସୋମବାର ସକାଳେ ନାବାଳିକା ଜଣକ ଆତ୍ମାହୁତି ଉଦ୍ୟମ କରିଥିବା ବେଳେ ତାଙ୍କୁ ଉଦ୍ଧାର କରି ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ବୁର୍ଲ୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି ।

କହିରଖୁ କି, ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଫିରିଙ୍ଗିମାଲରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଥିଲା । ଜଣେ ୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ବର୍ତ୍ତମାନ ସୁଦ୍ଧା ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି।

Post Views11 Total Count

Apply Now


This will close in 0 seconds

error: Content is protected !!