ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ

ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ ହୋଇଛି । ୯୧ ବର୍ଷ ବୟସରେ ଆଖି ବୁଜିଲେ ପଦ୍ମଶ୍ରୀ ବିନୋଦ ପଶାୟତ । ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।

ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ଥିଲେ । ୨୦୨୪ ମସିହାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ ।

ବିନୋଦ ପଶାୟତଙ୍କ ଜନ୍ମ ୧୯୩୫ ମସିହା ବଲାଙ୍ଗୀର ସହରର ଟିକରାପଡ଼ାଠାରେ ହୋଇଥିଲା । ୧୯୫୩ ମସିହାରେ ସେ ସମ୍ବଲପୁର ଆସି ଏହିଠାରେ ରହି ଯାଇଥିଲେ ।

ପଶାୟତ ଅଲ ଇଣ୍ଡିଆ ରେଡ଼ିଓ ଓ ଦୂରଦର୍ଶନର ଜଣେ ସ୍ବୀକୃତିପ୍ରାପ୍ତ କଳାକାର ଥିଲେ । ଏଠାରୁ ସେ ପରିଚୟ ଓ଼ ପ୍ରସିଦ୍ଧି ପାଇଥିବା କହିଛନ୍ତି । “ହାଏ କୃଷ୍ଣ ହାଏ କୃଷ୍ଣ ” ସମ୍ବଲପୁରୀ ଭଜନ ରଚନା କରି ସେ ଖୁବ୍ ଖ୍ୟାତିଅର୍ଜନ କରିଥିଲେ । ଏହି ଭଜନ ତାଙ୍କୁ ବେଶ୍ ପ୍ରସିଦ୍ଧି ଦେଇଥିଲା ।

Post Views18 Total Count

Apply Now


This will close in 0 seconds

error: Content is protected !!