ନାମାଙ୍କନ ଦାଖଲ କଲେ ଏନ୍ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ପ୍ରମୁଖ ଉପସ୍ଥିତ ଅଛନ୍ତି ।
ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ଉପରାଷ୍ଟ୍ରପତି ପଦ ପାଇଁ ଏନ୍ଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନଙ୍କୁ ସମର୍ଥନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିରୋଧୀଙ୍କୁ ନିବେଦନ କରିଛନ୍ତି ।

