ରାଜ୍ୟରେ ଆରମ୍ଭ ହେଲା ’ଆମ ଶାସନ’

ରାଜ୍ୟରେ ଆରମ୍ଭ ହେଲା ’ଆମ ଶାସନ’। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ ।

ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ।

ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜିଠୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ ହୋଇଛି । ବିଜେଡି ସରକାରଙ୍କ ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ କାର୍ଯ୍ୟକାରୀ ହେବ । ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବନି । ଯେଉଁ ଅଭିଯୋଗ, ପ୍ରସ୍ତାବ ଆସିବ ତାହା ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ଶୁଣିବେ । ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ ।

ଏବେ ୮ଟି ବିଭାଗର ୧୬ଟି ସେବା ଉପଲବ୍ଧ ହେବ । ମିଳିଥିବା ସୂଚନା ଅନୁଯାୟୀ, ସରକାରଙ୍କ ତରଫରୁ ଲୋକଙ୍କ ପାଖକୁ ରେକର୍ଡ ହେଉଥିବା ଏକ କଲ୍‌ ଆସିବ ଆଉ ସେମାନଙ୍କୁ ଯୋଜନାର କାର୍ଯ୍ୟକାରିତା ଉପରେ ବିଭିନ୍ନ ପ୍ରଶ୍ନ ପଚରାଯିବ। ଏଥିସହ ଲୋକଙ୍କ ଠାରୁ ମତାମତ ସଂଗ୍ରହ ଏବଂ ଲୋକ ଫୋନ୍‌ କରି ମତାମତ ଲୋଡ଼ାଯିବ । ଏଥିପାଇଁ ଉତ୍ସର୍ଗୀକୃତ କଲ୍‌ ସେଣ୍ଟର ରହିବ ।

Post Views3 Total Count

Apply Now


This will close in 0 seconds

error: Content is protected !!