ଭିଜିଲାନ୍ସ ଜାଲରେ କାଶୀପୁର ରେଞ୍ଜର୍

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ରାୟଗଡ଼ା ଜିଲ୍ଲାର କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତରଯ୍ୟାମୀ ସାହୁଙ୍କ ସରକାରୀ ବାସଭବନ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ୍। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଥିବା ସୂଚନା ମିଳିଛି। ଭିଜିଲାନ୍ସ ଅଧିକାରୀ ଅନ୍ତର୍ଯ୍ୟାମୀଙ୍କ ୯ଟି ସ୍ଥାନରେ ଚଢାଉ କରିଥିବା ନେଇ ସୂଚନା ରହିଛି। ବିଭିନ୍ନ ତଥ୍ୟ ସଂଗ୍ରହ ପରେ ଶୁକ୍ରବାର ସକାଳୁ ସକାଳୁ ଚଢ଼ାଉ ଆରମ୍ଭ କରିଛି। ୭ DSP, ୭ ଇନ୍ସପେକ୍ଟର୍ ଓ ୯ ଜଣ ASI ଚଢାଉରେ ସାମିଲ ରହିଛନ୍ତି।

ଭିଜିଲାନ୍ସ କାଶୀପୁର ସରକାରୀ କାର୍ଯ୍ୟାଳୟ, ବାସଭବନ, ପୈତୃକ ବାସଭବନ ଦାରିଙ୍ଗବାଡି,କନ୍ଧମାଳ ଜିଲ୍ଲାର ବାଲିଗୁଡା ବାସଭବନ, ଗଞ୍ଜାମ ଜିଲ୍ଲାର ଭଞ୍ଜନଗର, ବ୍ରହ୍ମପୁର, ନୟାଗଡ଼ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଥିବା ଜଣାପଡିଛି। ଜୟପୁର ଭିଜିଲାନ୍ସ ଡିଏସପିଙ୍କ ନେତୃତ୍ବରେ ୧୩ ଜଣିଆ ଟିମ୍ ରେଡରେ ସାମିଲ ଥିବା ଜଣାପଡ଼ିଛି। ୭ DSP, ୭ ଇନ୍ସପେକ୍ଟର୍ ଓ ୯ ଜଣ ASI ଚଢାଉରେ ସାମିଲ ଅଛନ୍ତି।

Post Views4 Total Count

Apply Now


This will close in 0 seconds

error: Content is protected !!