ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରରୁ ମୂଳ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହୋଇଛି । ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି । ସକାଳ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୨ଟା ୫୫ ମିନିଟ୍ରେ ସ୍ଥାନାନ୍ତର କାର୍ଯ୍ୟ ଶେଷ ହୋଇଛି । ଭିତର ରତ୍ନଭଣ୍ଡାରକୁ ରତ୍ନ ସ୍ଥାନାନ୍ତର ପରେ ୨ଟି ତାଲା ପଡ଼ିଛି । ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ତାଲା ପଡ଼ିଛି । ଚାବିଟି ଟ୍ରେଜେରୀକୁ ହସ୍ତାନ୍ତର ହେବ । ରାଜ୍ୟ ସରକାରଙ୍କ ଏସଓପି ଅନୁସାରେ ସ୍ଥାନାନ୍ତର କରାଯାଇଛି । ଏସଓପି ଅନୁସାରେ ମଧ୍ୟ ସବୁ କିଛି ଭିଡିଓଗ୍ରାଫି କରାଯାଇଛି । ଗଣତି ମଣତି କେବେ ହେବ ରାଜ୍ୟ ସରକାର ସ୍ଥିର କରିବେ ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି।
ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହେବା ପରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ସିଂହଦ୍ଵାର ଦେଇ ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ଵାର ବାଟେ ପ୍ରବେଶ କରି ମହାପ୍ରଭୁଙ୍କୁ ଭକ୍ତମାନେ ଦର୍ଶନ କରୁଛନ୍ତି । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା ।

