ଶ୍ରୀମୟୀ ମିଶ୍ରଙ୍କୁ ନିଲମ୍ବନ କଲା ବିଜେଡି

ଦଳରେ ରହି ବିରୋଧୀ ବୟାନ ଦେବା ଶ୍ରୀମୟୀ ମିଶ୍ରଙ୍କୁ ମହଙ୍ଗା ସାବ୍ୟସ୍ତ ହୋଇଛି। ବିଜେଡି ମହିଳା ବ୍ୟାପାର ସାଧାରଣ ସଂପାଦକ ଶ୍ରୀମୟୀ ମିଶ୍ରଙ୍କୁ (ବିଜେଡି) ଆଜି ନିଲମ୍ବନ କରିଛି। ବିଜେଡି ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଏହା କୁହାଯାଇଛି। ବିଜେଡି ଉପସଭାପତି ପ୍ରତାପ ଜେନା ଏହା ସ୍ପଷ୍ଟ କରିଛନ୍ତି। ଶ୍ରୀମୟୀ ମିଶ୍ର ଗୋଟିଏ ପରେ ଗୋଟିଏ ସୋସିଆଲ ମିଡ଼ିଆ ପୋଷ୍ଟ କରି ରାଜନୀତି ମହଲରେ ବିସ୍ଫୋରଣ କରିବାରେ ଲାଗିପଡ଼ିଥିଲେ। କିଛିଦିନ ତଳେ ଧୃତରାଷ୍ଟ୍ର ଓ ସନ୍ୟାସୀ ଉପାଖ୍ୟାନକୁ ନେଇ ଲେଖିଥିବା ଶ୍ରୀମୟୀ ଗତ ୨୦ ତାରିଖ ଦିନ ନାରୀଙ୍କୁ ସମ୍ମାନ ଓ ସହିବାର ସୀମା ବାବଦରେ ଉଲ୍ଲେଖ କରିଥିଲେ।

Post Views47 Total Count

Apply Now


This will close in 0 seconds

error: Content is protected !!