ଦେଶବ୍ୟାପୀ ବିଏସ୍‌ଏନ୍‌ଏଲ୍, ଫୋର୍‌ ଜି ସେବା ଆରମ୍ଭ

ଓଡ଼ିଶା ଗସ୍ତରେ ଆସି ଝାରସୁଗୁଡ଼ା ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏଥିପାଇଁ ଝାରସୁଗୁଡ଼ାରେ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି । ମୋଦୀଙ୍କୁ ଝାରସୁଗୁଡ଼ା ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯାଇଥିଲା । ଓଡ଼ିଶା ଆସିବା ପୂର୍ବରୁ ସୋସିଆଲ ମିଡ଼ିଆରେ ଏକ ପୋଷ୍ଟ କରି ମୋଦୀ ସୂଚନା ଦେଇଥିଲେ ଝାରସୁଗୁଡ଼ା ବିମାନ ବନ୍ଦରରେ ଦିନ ୧୧ଟା ୧୦ରେ ପହଂଚିଥିଲେ ।

ବିମାନବନ୍ଦରରୁ ଜେଲ ଛକ ଯାଏଁ ୨ କିଲୋମିଟର ରୋଡ ସୋ କରି ପ୍ରଧାନମନ୍ତ୍ରୀ ସିଧାସଳଖ ଅମିଲିପାଲି ପଡିଆ ସଭାସ୍ଥଳରେ ପହଂଚିଛନ୍ତି ।

ଦେଢ ଘଣ୍ଟା ଧରି ସଭାସ୍ଥଳରେ ରହିଥିଲେ ମୋଦୀ । ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ ସଭାସ୍ଥଳରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା । ନିଜର ଏହି ଗସ୍ତରେ ୫୦ହଜାର କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେବେ
ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ
ଭିଡିଓ କନଫରେନ୍ସିଂ ଜରିଆରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ
ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ

Post Views14 Total Count

Apply Now


This will close in 0 seconds

error: Content is protected !!