ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

ଆରଜି କର୍ ମେଡିକାଲ୍ କଲେଜ ଘଟଣା ଘଟିବାର କିଛି ମାସ ନପୁରୁଣୁ ପୁଣି ଦୁର୍ଗାପୁରର ଏକ ଘରୋଇ ମେଡିକାଲ କଲେଜରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ଜଳେଶ୍ଵର ଅଞ୍ଚଳର ଜଣେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ପୀଡ଼ିତା ମେଡିକାଲର ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ଚିକିତ୍ସା ଚାଲିଛି। ଘଟଣାସ୍ଥଳରେ ଦୁର୍ଗାପୁର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଜାତୀୟ ମହିଳା କମିଶନ ଟିମ୍ ବି ଘଟଣାସ୍ଥଳ ଅଭିମୁଖେ ଯାଉଥିବା ସୂଚନା ମିଳିଛି। ଛାତ୍ରୀଙ୍କ ବାପାମା ମଧ୍ୟ ହସ୍ପିଟାଲରେ ପହଞ୍ଚିଛନ୍ତି। ଛାତ୍ରୀଙ୍କ ଘର ଜଳେଶ୍ଵର ଥାନା ନଛିମପୁର ପଞ୍ଚାୟତ ଅଞ୍ଚଳରେ ହୋଇଥିବା ବେଳେ ଏବେ ତାଙ୍କ ପରିବାର ଜଳେଶ୍ଵର ପୌରାଞ୍ଚଳରେ ରହୁଛନ୍ତି।

ଡାକ୍ତରୀ ଛାତ୍ରୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଶୁକ୍ରବାର ରାତି ପ୍ରାୟ ସାଢେ ୮ଟା ବେଳେ କ୍ୟାମ୍ପସ୍ ବାହାରେ ଥିବା ଏକ କ୍ୟାଣ୍ଟିନକୁ ଖାଇବାକୁ ଯାଇଥିଲେ। ଖାଇସାରି ଫେରିବା ରାସ୍ତାରେ ୪ ରୁ ୫ ଜଣ ଅଜ୍ଞାତ ଯୁବକ ତାଙ୍କୁ ଟାଣିନେଇ କଲେଜ ଓ ହସ୍ପିଟାଲ ପଛପଟେ ଥିବା ଏକ ଶୂନଶାନ୍ ସ୍ଥାନରେ ଗଣଦୁଷ୍କର୍ମ କରିଥିଲେ। ପୀଡ଼ିତା ଛାତ୍ରୀଙ୍କୁ ଏବେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା ଚାଲିଛି। ଏହି ଘଟଣାରେ ଏବେ ଦୁର୍ଗାପୁର ପୁଲିସ ତଦନ୍ତ ଆରମ୍ଭ କରିଛି। ପୁରୁଷ ବନ୍ଧୁଙ୍କୁ ମଧ୍ୟ ଦୁର୍ଗାପୁର ପୁଲିସ ଅଟକ ରଖିଛି। ଛାତ୍ରୀଙ୍କ ପୁରୁଷବନ୍ଧୁଙ୍କୁ ପଚରାଉଚରା କରାଯାଉଛି। ଖୁବଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ସୂଚନା ମିଳିଛି। ଅପର ପକ୍ଷରେ ମେଡିକାଲ କଲେଜର ସୁରକ୍ଷା ବ୍ୟବସ୍ଥା ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, ଡାକ୍ତରୀ ଛାତ୍ରୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଶୁକ୍ରବାର ରାତି ପ୍ରାୟ ସାଢେ ୮ଟା ବେଳେ କ୍ୟାମ୍ପସ୍ ବାହାରେ ଥିବା ଏକ କ୍ୟାଣ୍ଟିନକୁ ଖାଇବାକୁ ଯାଇଥିଲେ। ଖାଇସାରି ଫେରିବା ରାସ୍ତାରେ ୪ ରୁ ୫ ଜଣ ଅଜ୍ଞାତ ଯୁବକ ତାଙ୍କୁ ଟାଣିନେଇ କଲେଜ ଓ ହସ୍ପିଟାଲ ପଛପଟେ ଥିବା ଏକ ଶୂନଶାନ୍ ସ୍ଥାନରେ ଗଣଦୁଷ୍କର୍ମ କରିଥିଲେ। ପୀଡ଼ିତା ଛାତ୍ରୀଙ୍କୁ ଏବେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା ଚାଲିଛି। ଏହି ଘଟଣାରେ ଏବେ ଦୁର୍ଗାପୁର ପୁଲିସ ତଦନ୍ତ ଆରମ୍ଭ କରିଛି। ପୁରୁଷ ବନ୍ଧୁଙ୍କୁ ମଧ୍ୟ ଦୁର୍ଗାପୁର ପୁଲିସ ଅଟକ ରଖିଛି। ଛାତ୍ରୀଙ୍କ ପୁରୁଷବନ୍ଧୁଙ୍କୁ ପଚରାଉଚରା କରାଯାଉଛି। ଖୁବଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ସୂଚନା ମିଳିଛି। ଅପର ପକ୍ଷରେ ମେଡିକାଲ କଲେଜର ସୁରକ୍ଷା ବ୍ୟବସ୍ଥା ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Post Views76 Total Count

Apply Now


This will close in 0 seconds

error: Content is protected !!