ପଇଡ଼ ପିଇ ୧୦୦୦ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ,ଖୁସି ହୋଇଗଲେ ବେପାରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆଠାରେ ଅଟକି ଜଣେ ପଇଡ଼ ବିକ୍ରେତାଙ୍କଠାରୁ ପଇଡ଼ କିଣି ପିଇଥିଲେ ଏବଂ ପଇଡ଼ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖସୁଖ ହୋଇଥିଲେ । କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଥିଲେ ।

ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ହିସାବରେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଦେଇଥିଲା ।

Post Views15 Total Count

Apply Now

This will close in 0 seconds

error: Content is protected !!