ସରକାରୀ କର୍ମଚାରୀଙ୍କ ବଢିଲା ୩ ପ୍ରତିଶତ ମହଙ୍ଗା ଭତ୍ତା

ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି। ଏହା ଫଳରେ ସମୁଦାୟ ମହଙ୍ଗା ଭତ୍ତା ୫୫ ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

 

Post Views34 Total Count

Apply Now


This will close in 0 seconds

error: Content is protected !!