ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ

ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ । ପୁଲିସ ଭ୍ୟାନ୍‌ରେ ବିକ୍ରମଙ୍କୁ କୋର୍ଟ ନେଲା ପୁଲିସ । ପୁଲିସ ଗତକାଲି ରାତିରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଥିଲା ।ବିକ୍ରମ ପଣ୍ଡାଙ୍କୁ ଗଜପତି ନଗର ସ୍ଥିତ ବାସ ଭବନରୁ ଉଠାଇ ଆଣି ଜେରା କରିବା ସହ ସାର୍ପସୁଟର ଚିଣ୍ଟୁକୁ ପୁଲିସ ବେଙ୍ଗାଲୁରୁରୁ ଟେକି ଆଣିଛି ।

ଚିଣ୍ଟୁ ନିକଟରୁ ଏକ ବନ୍ଧୁକ ଜବତ ହୋଇଥିବା ସୂଚନା ମିଳିଛି । ସେପଟେ ପୁରୀରୁ ଆଉ ଜଣେ ଅଭିଯୁକ୍ତଙ୍କୁ ମଧ୍ୟ ପୁଲିସ ଉଠାଇ ନେଇଛି । ସମୁଦ୍ର ବାଲିରେ ସେ ଲୁଚାଇଥିବା ଆଉ ଏକ ବନ୍ଧୁକ ବି ଜବତ ହୋଇଛି । ଜଣେ କର୍ପୋରେଟର ଓ ଛାତ୍ରନେତାଙ୍କୁ ମିଶାଇ ମୋଟ ୧୫ ଜଣଙ୍କୁ ପୁଲିସ ଅଟକ ରଖି ତଦନ୍ତ ଚଳାଇଛି । ଲାଗୁଛି ଖୁବଶୀଘ୍ର ପୀତବାସ ହତ୍ୟା ଘଟଣାରୁ ପରଦା ହଟିବ ।

ସେପଟେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେବା ପରେ ତାଙ୍କ ଘର ବାହାରେ ପ୍ରବଳ ଉତ୍ତେଜନା ଦେଖିବାକୁ ମିଳିଥିଲା । ବିକ୍ରମ ପଣ୍ଡାଙ୍କ ସମର୍ଥକଙ୍କ ସମେତ ଅନେକ ଆଇନଜୀବୀ ସେଠାରେ ଏକତ୍ରିତ ହୋଇଥିଲେ । ଆଜି ଗଞ୍ଜାମ ବିଜେଡି ପକ୍ଷରୁ ବିକ୍ଷୋଭ ମଧ୍ୟ କରାଯାଉଛି । କିନ୍ତୁ ଏହାରି ଭିତରେ ବିକ୍ରମଙ୍କୁ ଗିରଫ କରିଛି ପୁଲିସ ।

Post Views34 Total Count

Apply Now


This will close in 0 seconds

error: Content is protected !!