ଆଜିଠାରୁ ୩୦ ତାରିଖ ଯାଏ ୮ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ମୋନ୍ଥାର ପ୍ରଭାବକୁ ଆଖି ଆଗରେ ରଖି ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଆଜିଠାରୁ ୩୦ ତାରିଖ ଯାଏ ୮ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ ରହିବ ।

ମାତ୍ର ଏହି ସବୁ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି।

ଏନେଇ ସ୍ବତନ୍ତ୍ର ରିଲିଫ୍ କମିସନର୍ ଦେଓରଂଜନ ସିଂହ ସୂଚନା ଦେଇଛନ୍ତି । ଏଣେ ବର୍ଷା ସମୟରେ ଘରୁ ନ ବାହାରିବାକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅନୁରୋଧ କରିଛନ୍ତି ।

Post Views3 Total Count

Apply Now


This will close in 0 seconds

error: Content is protected !!