ଆଜି ଠାରୁ ପୁଣି ଖୋଲିବାକୁ ଯାଉଛି ସୁଭଦ୍ରା ପୋର୍ଟାଲ

ସୁଭଦ୍ରା ପୋର୍ଟାଲ ଆଜି ଠାରୁ ପୁଣି ଖୋଲିବାକୁ ଯାଉଛି। ବୟସ କମ୍‌ ହୋଇଥିବା କାରଣରୁ ଗତଥର ଯେଉଁମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରି ନଥିଲେ, ସେମାନେ ଆସନ୍ତାକାଲିଠାରୁ ଆବେଦନ କରିପାରିବେ।

୨୦୨୫ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିବା ମହିଳାମାନେ ସରକାରଙ୍କ ଏହି ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ନୂଆ ଆବେଦନକାରୀମାନେ ଯୋଗ୍ୟ ବିବେଚିତ ହେଲେ ଆସନ୍ତା ମାର୍ଚ୍ଚ ୮ ତାରିଖରେ ସେମାନଙ୍କୁ ସୁଭଦ୍ରା କିସ୍ତି ମିଳିବ।

ତେବେ ନୂଆପଡ଼ାରେ ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ସେଠାରେ ସୁଭଦ୍ରା ପୋର୍ଟାଲ୍‌ ଖୋଲିବ ନାହିଁ। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଧାର୍ଯ୍ୟ ୨୦୨୫ ଏପ୍ରିଲ ପହିଲା ସୁଦ୍ଧା ମହିଳାଙ୍କ ବୟସ ୨୧ ବର୍ଷ କିମ୍ବା ତା’ଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହେବା ଆବଶ୍ୟକ। ତେଣୁ ଆବେଦନକାରୀଙ୍କ ଜନ୍ମ ତାରିଖ ୨ ଏପ୍ରିଲ ୧୯୬୫ଠାରୁ ଏପ୍ରିଲ ପହିଲା ୨୦୦୪ ମଧ୍ୟରେ ହୋଇଥିବା ଉଚିତ।

Post Views3 Total Count

Apply Now


This will close in 0 seconds

error: Content is protected !!