ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ

ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା ।

ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ ।

ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି ।

Post Views54 Total Count

Apply Now


This will close in 0 seconds

error: Content is protected !!