ପଦ ଛାଡ଼ିଲେ ଦେବାଶିଷ ସାମନ୍ତରାୟ

ପଦ ଛାଡ଼ିଲେ ଦେବାଶିଷ ସାମନ୍ତରାୟ । ବିଜେଡିର ପଦ ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ । ସିନିୟର୍ ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଲେ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର । ଦଳ ତାଙ୍କୁ ଗୁରୁତ୍ୱ ଦେଉନଥିବା ଦର୍ଶାଇ ଇସ୍ତଫା ଦେଲେ । ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ ଦର୍ଶାଇଲେ ।

ନୂଆପଡାରେ ବିଜେଡି ପ୍ରାର୍ଥୀ ଚୟନ ନେଇ ପ୍ରଶ୍ନ ଉଠାଇଥିଲେ ଦେବାଶିଷ । ବିଜେଡି ପୂର୍ବ ଆଦର୍ଶରେ ଚାଲୁନି ବୋଲି ଅଭିଯୋଗ ଆଣିଛନ୍ତି ସାଂସଦ । ଏହାସହ ବରିଷ୍ଠ ନାଗରିକ ସେଲ ସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ । ଏବେ ଚର୍ଚ୍ଚା ହେଉଛି ଦେବାଶିଷଙ୍କ ଗତି କେଉଁଆଡେ ରହିବ।

ଗତ କିଛିଦିନ ଧରି ଦଳୀୟ ଅସନ୍ତୋଷ ଜାହିର କରିଥିଲେ ଦେବାଶିଷ ସାମନ୍ତରାୟ । ନିକଟରେ ଶ୍ରୀମୟୀ ମିଶ୍ରଙ୍କ ସପକ୍ଷରେ ଯୁକ୍ତି ବାଢିଥିଲେ ବରିଷ୍ଠ ବିଜେଡି ନେତା ଦେବାଶିଷ ସାମନ୍ତରାୟ । ଶ୍ରୀମୟୀ ଯେତେବେଳେ ଯାହା କହିଛନ୍ତି ଠିକ୍ କହିଛନ୍ତି । ଟିକେଟ୍ ଦେବାକୁ କହି ଦଳ ତାଙ୍କୁ ନିର୍ବାଚନ ମଣ୍ଡଳୀ ବୁଲାଇଥିଲା । କିନ୍ତୁ ଦଳ ଶ୍ରୀମୟୀଙ୍କୁ ଟିକେଟ୍ ଦେଲା ନାହିଁ । ଶ୍ରୀମୟୀ ଯେଉଁ ସବୁ କଥା କହିଛନ୍ତି ସେଥିରେ ସତ୍ୟ ରହିଛି ବୋଲି ଦେବାଶିଷ ସାମନ୍ତରାୟ କହିଛନ୍ତି । କେବଳ ତାହା ନୁହେଁ ଦଳର ବରିଷ୍ଠ ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ଦଳ ଏକ ପ୍ରକାର ନିର୍ଯାତନା ଦେଇଛି ବୋଲି ସେ କହିଛନ୍ତି ।

Post Views33 Total Count

Apply Now


This will close in 0 seconds

error: Content is protected !!