୫୯୧ ଜଣ ନୂତନ ନିଯୁକ୍ତିପ୍ରାପ୍ତ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୋଟ ୫୯୧ ଜଣ ନୂତନ ନିଯୁକ୍ତିପ୍ରାପ୍ତ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ଏବଂ ସେମାନଙ୍କୁ ଦୁର୍ନୀତିରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛନ୍ତି । ଭୁବନେଶ୍ୱରର ଓୟୁଏଟିର କୃଷି ଶିକ୍ଷା ସଦନରେ ୧୩ତମ ନିଜୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି, ଯିଏ ଯେଉଁ ପଦବୀରେ ବି ଅବସ୍ଥାପିତ ଥାଆନ୍ତୁ ନା କାହିଁକି, ସରକାରୀ ଚାକିରୀକୁ ସବୁବେଳେ ଜନସେବା ଭାବେ ମନେ କରିବେ ।

ସରକାରୀ ଚାକିରି ମିଳିଯିବା ପରେ କେବେହେଲେ କାର୍ଯ୍ୟରେ ଅବହେଳା କରିବେ ନାହିଁ ଓ ଦୁର୍ନୀତି ଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ । ଆଜିର ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟର ବିଭିନ୍ନ ଜଳସେଚନ କାର୍ଯ୍ୟର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ସୂଚନା ଯୋଗ୍ୟଯେ, ଆଜିର ନିଯୁକ୍ତି ମେଳାରେ ଜଳ ସମ୍ପଦ ବିଭାଗର ୨୩୨ ଜଣ, ପୂର୍ତ୍ତ ବିଭାଗର ୧୯୭ ଜଣ, ଓ ଗୃହ ଓ ନଗର ଉନ୍ନୟନ ବିଭାଗର ୧୪୨ ଜଣ ସହାୟକ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (Assistant Executive Engineer ), ୫ ଜଣ ଅର୍ଥ ଓ ହିସାବ ଅଧିକାରୀ ଏବଂ ୧୫ ଜଣ ଯୋଜନା ସହାୟକ (Planning Assistant) ଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି ।

Post Views4 Total Count

Apply Now


This will close in 0 seconds

error: Content is protected !!