୧ହଜାର ୧୮୯ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ମୋଦିଙ୍କ ନୂଆ ଅଫିସ୍

। ପବିତ୍ର ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସାଉଥ ବ୍ଳକରୁ ଏହି ନୂଆ ଅଫିସକୁ ସ୍ଥାନାନ୍ତର ହେବ ବୋଲି କୁହାଯାଉଛି । ଦେଶ ସ୍ବାଧୀନତା ଲାଭକରିବା ପରଠାରୁ ଅର୍ଥାତ ୧୯୪୭ ମସିହାରୁ ପିଏମ୍ଓ ସାଉଥ୍ ବ୍ଳକରେ କାର୍ଯ୍ୟକ୍ଷମ ହୋଇଆସୁଥିଲା । ନୂଆ ଅଫିସର ଠିକଣା ସେବାତୀର୍ଥ ରଖାଯାଇଛି ।

ସେଣ୍ଟ୍ରାଲ ଭିଷ୍ଟା ରିଡେଭେଲପମେଣ୍ଟ ପ୍ରୋଜେକ୍ଟ ଅଧୀନରେ ଏହାର ନିର୍ମାଣ କରାଯାଇଛି । ଏହି କମ୍ପ୍ଲେକ୍ସରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, କେନ୍ଦ୍ରୀୟ ସଚିବାଳୟ ଏବଂ ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ ରହିଛି । ପ୍ରତିଟି କାର୍ଯ୍ୟାଳୟ ପାଇଁ ପୃଥକ ବିଲ୍ଡିଂ ନିର୍ମାଣ କରାଯାଇଛି । ପିଏମ୍ ଓ ଯେଉଁ କମ୍ପ୍ଲେକ୍ସରେ ରହିବ ତାହାର ନାମ ରଖାଯାଇଛି ସେବାତୀର୍ଥ-୧ । ସେଠାରେ ରହିଛି ଅତ୍ୟାଧୁନିକ କାର୍ଯ୍ୟସ୍ଥଳ ଓ ଭବ୍ୟ ସମାରୋହ ପ୍ରକୋଷ୍ଠ । ୨ ଲକ୍ଷ ୨୬ ହଜାର ୨୦୩ ବର୍ଗଫୁଟ ଜମିରେ ପରିବ୍ୟାପ୍ତ ଏହି ସେବାତୀର୍ଥ ନିର୍ମାଣରେ ମୋଟ ୧ହଜାର ୧୮୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

Post Views40 Total Count

Apply Now


This will close in 0 seconds

error: Content is protected !!