୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ ଗ୍ରାମରକ୍ଷୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି ।

ଏଣିକି ଗ୍ରାମରକ୍ଷୀମାନେ ୧୮୦୦ ଟଙ୍କା ବଦଳରେ ୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ । ଏଥିସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ ।

Post Views6 Total Count

Apply Now


This will close in 0 seconds

error: Content is protected !!