ଭିଜିଲାନ୍ସ ଜାଲରେ କଟକ ସର୍କଲର ଖଣି ଉପନିର୍ଦ୍ଦେଶକ

ଭିଜିଲାନ୍ସ ଜାଲରେ କଟକ ସର୍କଲର ଖଣି ଉପନିର୍ଦ୍ଦେଶକ । ଜଣେ ବ୍ୟବସାୟୀଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ ।

କଟକ ସର୍କଲର କଟକ ଖଣି ଉପନିର୍ଦ୍ଦେଶକ ଶ୍ରୀ ଦେବବ୍ରତ ମହାନ୍ତିଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି । ଖଣି ଉପନିର୍ଦ୍ଦେଶକଙ୍କ ତିନୋଟି ଠିକଣାରେ ଚଢ଼ାଉ ହୋଇଛି ।

ଜଣେ ଲାଇସେନ୍ସ ପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ କାରବାରରେ ସହାୟତା ପାଇଁ ଖଣି ଉପନିର୍ଦ୍ଦେଶକ ଶ୍ରୀ ଦେବବ୍ରତ ମହାନ୍ତି ୩୦ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ ।

ଏନେଇ ବ୍ୟବସାୟୀ ଭିଜିଲାନ୍ସକୁ ଜଣାଇବା ପରେ ଚଢ଼ାଉ କରାଯାଇଥିଲା । ଖଣି ଉପନିର୍ଦ୍ଦେଶକଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ ହୋଇଛି ।

Post Views1 Total Count

Apply Now


This will close in 0 seconds

error: Content is protected !!