ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କେନ୍ଦ୍ରାପଡ଼ା ଛତା ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉରେ ସାମିଲ ହୋଇଛନ୍ତି ।

ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ ହୋଇଛି l ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ଓ ପୈତୃକ ଘର ସମେତ ୭ ଟି ସ୍ଥାନରେ ରେଡ୍ ଚାଲିଛି ।

କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଭଦ୍ରକ ଓ ଭୁବନେଶ୍ବରରେ ଏକକାଳୀନ ଚାଲିଛି ରେଡ୍ । ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟ ରେ SDO ଭାବେ କାର୍ଯ୍ୟ କରୁଛନ୍ତି । ଚଢାଉରେ ୨ଜଣ ଅତିରିକ୍ତ SP, ୯ ଡିଏସ୍ ପି , ୯ ଇନ୍ସପେକ୍ଟର, ୪ ASI ଓ ଭିଜିଲାନ୍ସ କର୍ମଚାରୀ ସାମିଲ ଅଛନ୍ତି ।

Post Views8 Total Count

Apply Now


This will close in 0 seconds

error: Content is protected !!