SCB ରେ ୧୦ ମୃତ୍ୟୁ,୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

କଟକ ଏସସିବି ମେଡିକାଲ କଲେଜ ଓ ହସପିଟାଲରେ ଏକ ହୃଦୟବିଦାରକ ଅଗ୍ନିକାଣ୍ଡ ଘଟିଛି । ବିଦ୍ୟୁତ ସର୍ଟସର୍କିଟ ଯୋଗୁଁ ମେଡିକାଲର ଟ୍ରମା କେୟାର ୟୁନିଟରେ ଏହି ଭୟଙ୍କର ଅଘଟଣ ଘଟିଛି ।
ଏହି ଦୁର୍ଘଟଣାରେ ୧୦ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି ।

ସେ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଅଗ୍ନିକାଣ୍ଡ ପରେ ତୁରନ୍ତ ଟ୍ରମା କେୟାରରୁ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି ।

ମୁଖ୍ୟମନ୍ତ୍ରୀ ଆଇସିୟୁରେ ଥିବା ଅନ୍ୟ ରୋଗୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦୁଃଖଦ ଘଟଣା ସାରା ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ସୁରକ୍ଷା ଦୃଷ୍ଟିରୁ ମେଡିକାଲ ପରିସରରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

Post Views64 Total Count

Apply Now


This will close in 0 seconds

error: Content is protected !!