ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ଚାଲିଛି ଗୁରୁତ୍ୱପୂର୍ଣ୍ଣ କୋର କମିଟି ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି କୋର କମିଟି ବୈଠକ । ଓଡ଼ିଶା ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି ।
ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜନ୍ତ ପଣ୍ଡା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି ।

