ଓଡ଼ିଶାର ସଙ୍ଗୀତ ଦୁନିଆ ପାଇଁ ଗର୍ବର ମୁହୂର୍ତ୍ତ। ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ଗ୍ରାଣ୍ଡ୍ ଫିନାଲେରେ ପହଞ୍ଚିଛନ୍ତି ସୁମଧୁର କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ।
ତାଙ୍କର ଏହି ଅସାଧାରଣ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ସୋସିଆଲ୍ ମିଡିଆରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି, ‘ଜାତୀୟସ୍ତରର ପ୍ରତିଷ୍ଠିତ ସଙ୍ଗୀତ ଗୀତ ମହାମଞ୍ଚ ଇଣ୍ଡିଆନ୍ ଆଇଡଲର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ଓଡ଼ିଶାର ସୁଯୋଗ୍ୟା କନ୍ୟା ଜ୍ୟୋତିର୍ମୟୀ ନାୟକ ସମଗ୍ର ରାଜ୍ୟ ପାଇଁ ଗୌରବ ଆଣିଦେଇଛନ୍ତି।
ନିଜ ସୁମଧୁର କଣ୍ଠସ୍ବର ମାଧ୍ୟମରେ ସେ ସମସ୍ତଙ୍କ ହୃଦୟ ଜିତିପାରିଛନ୍ତି। ଜ୍ୟୋତିର୍ମୟୀଙ୍କ ସଫଳତା କାମନା କରିବା ସହ ଶୁଭେଚ୍ଛା ଓ ଆଶୀର୍ବାଦ ଜଣାଉଛି’ ।

