ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା, ୪ଜିଲ୍ଲାକୁ ଅରେଞ୍ଜ, ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ, ୬ ଜିଲ୍ଲାରେ ସ୍କୁଲ ଛୁଟି

ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଗାମୀ ଦୁଇଦିନ ଧରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପାଣିପାଗ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ୪ଜିଲ୍ଲାକୁ  ଅରେଞ୍ଜ ୱାର୍ଣ୍ଣିଂଜାରି କରାଯାଇଥିବା ବେଳେ  ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଉତ୍ତର ଓଡ଼ିଶାରେ ପ୍ରବଳ  ବର୍ଷା ଯୋଗୁ  ବାଲେଶ୍ବର, ଭଦ୍ରକ , ମୟୂରଭଞ୍ଜ , କେନ୍ଦୁଝର, ସମ୍ବଲପୁର ଏବଂ ବୌଦ୍ଧରେ ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡ଼ି ଛୁଟି ଘୋଷଣା କରାଯାଇଛି।  
ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ଯୋଗୁଁ ମହାନଦୀ ସମେତ ଉତ୍ତର ଓଡ଼ିଶାର ବୈତରଣୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ସାଳନ୍ଦୀ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ଜଳ ପ୍ରବେଶ କରୁଛି। ମୁଣ୍ଡଳିଠାରେ ଜଳପ୍ରବାହ ବୃଦ୍ଧି ପାଉଥିବାରୁ ତଳିଆ ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।  ସ୍ଥିତିର ମୁକାବିଲା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ସ୍ୱତନ୍ତ୍ର ରିଲିଫ କମିଶନର ସମସ୍ତ ଜିଲ୍ଲା ପ୍ରଶାସନକୁ ୨୪ ଘଣ୍ଟିଆ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ବନ୍ୟା ପ୍ରବଣ ଜିଲ୍ଲାର ଜିଲ୍ଲାପାଳ, ଜଳସମ୍ପଦ ବିଭାଗ ଓ ପ୍ରଶାସନିକ ଅଧିକାରୀମାନଙ୍କୁ ସ୍ଥିତି ଉପରେ ନଜର ରଖିବା ସହ ପ୍ରସ୍ତୁତ ରହିବାକୁ କୁହାଯାଇଛି।

Post Views35 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!