ଗରିମା ଦିବସ ୨୦୨୬ ପାଳିତ

ସମୃଦ୍ଧ ଓଡ଼ିଶା ପାଇଁ ସ୍ୱଚ୍ଛ ସହର, ସୁରକ୍ଷିତ ପରିବେଶ ଏବଂ ଯେଉଁ ଲୋକମାନେ ଏହି ସ୍ୱଚ୍ଛତାକୁ ନିଶ୍ଚିତ କରୁଛନ୍ତି, ସେମାନଙ୍କ ସୁରକ୍ଷିତ ଜୀବନ ଏକାନ୍ତ ଅପରିହାର୍ଯ୍ୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗରିମା ଦିବସ ୨୦୨୬ ଅବସରରେ କହିଛନ୍ତି ।
ଲୋକସେବା ଭବନ କନଭେନସନ୍ ସେଣ୍ଟର ଠାରେ ଗରିମା ଦିବସ ଅବସରରେ ଆଜି ଏକ ଜାତୀୟ କର୍ମଶାଳା ଆୟୋଜିତ ହୋଇଛି । ଏହି କର୍ମଶାଳାର ବିଷୟବସ୍ତୁ ରହିଛି, Mission Zero-Ending Fatality in Sanitation Work ଅର୍ଥାତ୍, ମିଶନ୍ ଜିରୋ ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ । ଏହି କର୍ମଶାଳାରେ ୮ଟି ରାଜ୍ୟର ସଫେଇ କ୍ଷେତ୍ରରେ କାର୍ଯ୍ୟରତ ଥିବା ବିଶେଷଜ୍ଞ, ଅଧିକାରୀଙ୍କ ସମେତ ସଫେଇ କର୍ମଚାରୀମାନେ ମଧ୍ୟ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରତିବର୍ଷ ଅଗଷ୍ଟ ମାସର ଚତୁର୍ଥ ଶନିବାରକୁ ଗରିମା ଦିବସ ଭାବେ ପାଳନ କରିବା ପାଇଁ ଘୋଷଣା କରିଛନ୍ତି । ଏହି ଦିବସଟି ସଫେଇ କର୍ମୀଙ୍କୁ ଜୀବନକୁ ସୁରକ୍ଷିତ କରିବା ସହ ସେମାନଙ୍କ ସାମାଜିକ ସୁରକ୍ଷା ଓ ସମାଜରେ ସେମାନଙ୍କ ମର୍ଯ୍ୟାଦା ବୃଦ୍ଧି ପାଇଁ ସମର୍ପିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଡ୍ରୋନ୍ ଜରିଆରେ ଆମେ ଆମର ସୀମାର ସୁରକ୍ଷା କରୁଛୁ । ରୋବୋଟିକ୍ସ, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଏବଂ ନୂଆ ଟେକ୍ନୋଲୋଜି ଉଦ୍ଭାବନ କ୍ଷେତ୍ରରେ ଭାରତ ଆଗକୁ ବଢ଼ୁଛି । ତେବେ, ଆମେ ଏହିଭଳି ଟେକ୍ନୋଲୋଜିକୁ ଆମ ସଫେଇ କର୍ମଚାରୀଙ୍କ ସୁରକ୍ଷା ପାଇଁ କାହିଁକି ବ୍ୟବହାର କରିପାରିବା ନାହିଁ । ଭାରତ ସରକାରଙ୍କ ନମସ୍ତେ ଯୋଜନା ଜରିଆରେ ସଫେଇ କ୍ଷେତ୍ରରେ ମେସିନ ବ୍ୟବହାରକୁ ଗୁରୁତ୍ୱ ଦିଆଯାଉଛି । ଆଜି ସମୟ ଆସିଛି, ସଫେଇ କର୍ମୀଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ବିପଦ୍ଜନକ ସଫେଇ କାର୍ଯ୍ୟରେ ମେସିନ ବ୍ୟବହାର କରିବା ପାଇଁ । ସେଥିପାଇଁ ସେମାନଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ଦେଇ ସୁଦକ୍ଷ କରିବାକୁ ପଡ଼ିବ ।

Post Views20 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!