ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ । ରାଜ୍ୟ ସରକାରଙ୍କ ତରଫରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବୀରେନ୍ଦ୍ର କୋରକୋରା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ପଦବୀରୁ ବଦଳି ହୋଇ ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ଆରାଧନା ଦାସ ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ଶାସନ ସଚିବ ପଦବୀରୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।
ସେହିଭଳି ଯୁଗଳକିଶୋର ଦାସ ଅନ୍ୟାନ୍ୟ ପଛୁଆ ବର୍ଗ ନିର୍ଦ୍ଦେଶକ ଏବଂ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ଅର୍ଚ୍ଚନା ଦାସ ପଟ୍ଟନାୟକ ଅବକାରୀ ବିଭାଗର ଅତିରିକ୍ତ ଶାସନ ସଚିବରୁ ଆୟୁଷ (AYUSH) ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପାଇଛନ୍ତି। ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ପଦବୀରୁ ବଦଳି ହୋଇ ଅବକାରୀ ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି ।
ସଞ୍ଜୟ କୁମାର ବିଶ୍ୱାଳ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଶାସନ ସଚିବରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଇଛନ୍ତି । ସୁନ୍ଦର ମାଧବ ପାତ୍ର ପୂର୍ତ୍ତ ବିଭାଗର ଉପଶାସନ ସଚିବରୁ ଓଡ଼ିଶା ନୌବାଣିଜ୍ୟ ବୋର୍ଡର ମୁଖ୍ୟ ପରିଚାଳନା ଅଧିକାରୀ ଭାବେ ନିଯୁକ୍ତ ହୋଇଛନ୍ତି। ଏହାସହ ସେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (OSRTC) ର ମହାପ୍ରବନ୍ଧକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

Post Views10 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!