ବିସ୍ଥାପିତ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭୫.୬୦ କୋଟି ଟଙ୍କାର ପୁନର୍ବାସ ପ୍ୟାକେଜ୍‌ ଘୋଷଣା

ଦୀର୍ଘ ବର୍ଷର ଅପେକ୍ଷା ଓ ସଂଘର୍ଷ ପରେ ଗୋଳାବନ୍ଧର ନୋଳିଆ ବିସ୍ଥାପିତ ପରିବାରଙ୍କୁ ମିଳିଛି ବଡ଼ ଆଶ୍ୱାସନା। ଗଞ୍ଜାମଜିଲ୍ଲା ଗୋଳାବନ୍ଧଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋଳାବନ୍ଧର ୧,୩୭୧ଟି ବିସ୍ଥାପିତ ପରିବାର ପାଇଁ ୭୫ କୋଟି ୬୦ ଲକ୍ଷ ୩୦ ହଜାର ଟଙ୍କାର ଏକ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ (ଆର୍‌ଆଣ୍ଡ୍‌ଆର୍‌) ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହାସହିତ ଛେଳିଗଡ଼ ମଧ୍ୟମ ଜଳସେଚନ ପ୍ରକଳ୍ପର ବିସ୍ଥାପିତ ୧୧୨ଟି ପରିବାରଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୬ଟି ପରିବାରକୁ ଘରବାରି ଓ ଚାଷଜମିର ପଟ୍ଟା ବଣ୍ଟନ କରାଯାଇଛି।

କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି,, ଗୋଳାବନ୍ଧର ଅଧିବାସୀଙ୍କ  ସଂଘର୍ଷ ଓ ତ୍ୟାଗ ଅସୀମ। ୧୯୮୪ ମସିହାରେ ଆର୍ମୀ ଏୟାର ଡିଫେନ୍ସ କଲେଜ ପାଇଁ ଜମି ହସ୍ତାନ୍ତର ପରଠାରୁ ଦୀର୍ଘ ୪ ଦଶନ୍ଧି ଧରି ବିସ୍ଥ‌ାପିତ ଅଣଦେଖା ହୋଇ ରହିଥିଲେ।  ବିଗତ ୨୪ ବର୍ଷର ଶାସନ କାଳରେ ଗଞ୍ଜାମ ଜିଲ୍ଲାରୁ ପ୍ରତିନିଧିତ୍ୱ କରୁଥିବା ନେତୃତ୍ୱ ନୋଳିଆ ପରିବାରଙ୍କ ସ୍ୱରକୁ ଚାପି ରଖିଥିବା ବେଳେ, ‘ଡବଲ ଇଞ୍ଜିନ’ ସରକାର ଆସିବା ପରେ ଏହି ସମସ୍ୟାକୁ ପ୍ରାଥମିକତା ଦିଆଯାଇଛି।

ସୂଚନା ଯୋଗ୍ୟଯେ ଘୋଷିତ ସ୍ୱତନ୍ତ୍ର ପ୍ୟାକେଜ୍ ଅଧୀନରେ ୧,୩୭୧ଟି ଯୋଗ୍ୟ ପରିବାରକୁ ଆର୍ଥିକ ସ୍ୱାବଲମ୍ବନ ପାଇଁ ପରିବାର ପିଛା ୫ ଲକ୍ଷ ଟଙ୍କା ଲେଖାଏଁ ମୋଟ ୬୮.୫୫ କୋଟି ଟଙ୍କାର ଏକକାଳୀନ କ୍ଷତିପୂରଣ DBT ମାଧ୍ୟମରେ ପ୍ରଦାନ କରାଯାଉଛି। ଘର ନିର୍ମାଣ ସହାୟତା ବାବଦରେ ୪ କୋଟି ୨୫ ଲକ୍ଷ ୧୦ ହଜାର ଟଙ୍କା ଆବଣ୍ଟନ କରାଯାଇଛି, ଯେଉଁଥିରେ ୯୯୮ଟି ଅସମ୍ପୂର୍ଣ୍ଣ ଗୃହକୁ ସମ୍ପୂର୍ଣ୍ଣ କରାଯିବା ସହ ୧୦ଟି ନୂତନ ଘର ନିର୍ମାଣ ହେବ। ଏହା ବ୍ୟତୀତ ନୂଆ କୀର୍ତ୍ତିପୁର କଲୋନୀର ରାସ୍ତା, ଷ୍ଟ୍ରିଟ୍ ଲାଇଟ୍, ଅଙ୍ଗନବାଡ଼ି, ମାର୍କେଟ କମ୍ପ୍ଲେକ୍ସ, ପବ୍ଲିକ୍ ଟଏଲେଟ୍, ବାତ୍ୟା ଆଶ୍ରୟସ୍ଥଳୀ ଓ ମାଛଧରା ଡଙ୍ଗା ରଖିବା ପାଇଁ ବେଳାଭୂମି ସମତୁଲକରଣ ଭଳି ଭିତ୍ତିଭୂମି ବିକାଶ ପାଇଁ ୨.୮୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର କରାଯାଇଛି।

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!