ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଅଇନ୍ଦିପୁର ଜୁଆଙ୍ଗ ସାହିରେ ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି।

ସୂଚନା ଅନୁଯାୟୀ, ସୁଭଦ୍ରା ଟଙ୍କା ଦେବାକୁ ମନା କରିବାରୁ ଅଭିଯୁକ୍ତ ସ୍ୱାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀଙ୍କୁ ବାଡ଼ି ଓ ଶାବଳରେ ଆକ୍ରମଣ କରିଥିଲେ। ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା। ହତ୍ୟା ପରେ ଘଟଣା ଲୁଚାଇବା ପାଇଁ ଅଭିଯୁକ୍ତ ମୃତଦେହକୁ ପାଇଖାନା ଟାଙ୍କିରେ ପୋତି ଦେଇଥିବା ଅଭିଯୋଗ ହୋଇଛି।

ଘଟଣା ସମ୍ପର୍କରେ ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ମୃତଦେହ ଉଦ୍ଧାର ସହ ଘଟଣାସ୍ଥଳରୁ ବିଭିନ୍ନ ତଥ୍ୟ ଓ ପ୍ରମାଣ ସଂଗ୍ରହ ପାଇଁ ସାଇଣ୍ଟିଫିକ୍ ଟିମ୍‌କୁ ମଧ୍ୟ ନିୟୋଜିତ କରାଯାଇଥିଲା। ପୋଲିସ ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ କରି ପଚରାଉଚରା କରିବା ସହ ହତ୍ୟାକାଣ୍ଡର ପ୍ରକୃତ କାରଣ ଓ ଘଟଣାକ୍ରମ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରିଛି। ଏହାସହ ଅଭିଯୁକ୍ତଙ୍କୁ ନେଇ ପୋଲିସ ଘଟଣାସ୍ଥଳରେ କ୍ରାଇମ୍ ସିନ୍‌ର ରିକ୍ରିଏସନ୍ କରିଥିବା ଜଣାପଡ଼ିଛି।

Post Views57 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!