ଓଡ଼ିଶା ବନ୍ଦ ପାଈଁ ଆକ୍ଟିଭ ମୁଡ୍ ରେ ଜିଲ୍ଲାପାଳ

ଇଣ୍ଡିଆ ବ୍ଲକ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏହାକୁ ଆଖିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ନିର୍ଦ୍ଦେଶ ଦିଆଯାଇଛି ।

ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ସହ ଯେକୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଆଗୁଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି।

ସେହିପରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟଗୁଡ଼ିକ ଯେପରି ସ୍ୱାଭାବିକ ଭାବେ ଚାଲୁରହିବ ଏବଂ ଅତ୍ୟାବଶ୍ୟକ ସେବା ଯେପରି ବାଧାପ୍ରାପ୍ତ ନହୁଏ, ସେଥିପ୍ରତି ସ୍ୱତନ୍ତ୍ର ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ଗୃହ ବିଭାଗ ନିର୍ଦ୍ଦେଶ ଦେଇଛି ।

Post Views81 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!