ଅଡୁଆ ବଢ଼ିଲା ଦେଶର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ପାଇଁ ।
ନିର୍ବାଚନ ପ୍ରକ୍ରିୟାରେ ଅନିୟମିତତା, ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ୍ଆଇଆର୍ ଏବଂ ନିର୍ବାଚନ କମିଶନଙ୍କ କାର୍ଯ୍ୟଶୈଳୀକୁ ନେଇ ଉଠିଥିବା ପ୍ରଶ୍ନ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି ।
ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଖଲ ଆବେଦନଗୁଡ଼ିକର ଶୁଣାଣି ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ସମ୍ମତି ପ୍ରକାଶ କରିଛନ୍ତି । ଆସନ୍ତା ଅକ୍ଟୋବର ୨୭ ତାରିଖରେ ଏହି ମାମଲାଗୁଡ଼ିକର ପରବର୍ତ୍ତୀ ଶୁଣାଣି ହେବ ।

