ଢେଙ୍କାନାଳ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠାନ ନିମନ୍ତେ ପ୍ରସ୍ତୁତି ବୈଠକ

ଢ଼େଙ୍କାନାଳରେ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠାନ ନିମନ୍ତେ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଶ୍ରୀ ଆଶିଷ ଇଶ୍ଵର ପାଟିଲଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ…

ଢେଙ୍କାନାଳ ବିଜ୍ଞାନ କେନ୍ଦ୍ରରେ ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା–୨୦୨୬–୨୭ ଅନୁଷ୍ଠିତ

ଜାତୀୟ ବିଜ୍ଞାନ ସଂଗ୍ରହାଳୟ ପରିଷଦ,ସଂସ୍କୃତି ମନ୍ତ୍ରାଳୟ, ଭାରତ ସରକାରର ଏକକ ଢେଙ୍କାନାଳ ବିଜ୍ଞାନ କେନ୍ଦ୍ର,ଢେଙ୍କାନାଳ ଏବଂ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ଢେଙ୍କାନାଳ (ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ,ଓଡ଼ିଶା ସରକାର)ଙ୍କ ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା–୨୦୨୬–୨୭ ଢେଙ୍କାନାଳ ବିଜ୍ଞାନ କେନ୍ଦ୍ରର ପ୍ରେକ୍ଷାଳୟରେ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଢେଙ୍କାନାଳ ବିଜ୍ଞାନ କେନ୍ଦ୍ରର ଜିଲ୍ଲା ବିଜ୍ଞାନ ଅଧିକାରୀ ଏମ୍.ଏମ୍. ରାଉତ ଏବଂ ଜିଲ୍ଲା ବିଜ୍ଞାନ ସୁପରଭାଇଜର ବିଶ୍ୱଜିତ ମିଶ୍ର ଉଦ୍ଘାଟନ କରିଥିଲେ।ଉଦ୍ଘାଟନୀ ଅଭିଭାଷଣରେ ଶ୍ରୀ ରାଉତ ପ୍ରତିଯୋଗିତାର ନିୟମାବଳୀ ସମ୍ପର୍କରେ ସୂଚନା ଦେବା ସହ ସମସ୍ତ ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଥିଲେ ସେ ଲୋକନୃତ୍ୟ ମାଧ୍ୟମରେ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ପରମ୍ପରାକୁ ସଂରକ୍ଷଣ ଓ ପ୍ରୋତ୍ସାହନ ଦେବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେଏହି ପ୍ରତିଯୋଗିତାରେ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ବ୍ଲକ୍‌ର ବିଜେତା ଭାବରେ ୮ଟି ବିଦ୍ୟାଳୟ ଦଳ ଅଂଶଗ୍ରହଣ କରିଥିଲେ lପଞ୍ଚାୟତରାଜ ଉଚ୍ଚ ବିଦ୍ୟାଳୟ,କାନପୁରା,କାମାକ୍ଷାନଗର ପ୍ରଥମ ସ୍ଥାନ,ଶ୍ରୀ ଅରବିନ୍ଦ ଇଣ୍ଟିଗ୍ରାଲ୍ ସେଣ୍ଟର ଅଫ୍ ଏଡୁକେସନ,ମାତୃଭୂମି,ବାରଦା ଦ୍ୱିତୀୟ ସ୍ଥାନ ଏବଂ ପିଏମ୍ ଶ୍ରୀ ବି.ବି.ହାଇସ୍କୁଲ,ଢେଙ୍କାନାଳ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସମାପନୀ ଉତ୍ସବରେ ବିଜେତା ଦଳଗୁଡ଼ିକୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିବାବେଳେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଂଶଗ୍ରହଣ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଜିଲ୍ଲା ବିଜ୍ଞାନ ସୁପରଭାଇଜର ବିଶ୍ୱଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେସମଗ୍ର କାର୍ଯ୍ୟକ୍ରମକୁ ଢେଙ୍କାନାଳ ବିଜ୍ଞାନ କେନ୍ଦ୍ରର ଶିକ୍ଷା ସହାୟକ ଶଙ୍କର ଗୁରୁଙ୍ଗ ସଫଳତାର ସହ ସମନ୍ୱୟ କରିଥିଲେ।

ଭାରତ ଅନ୍ତର୍ଜାତୀୟ ଜଳ ସପ୍ତାହ-୨୦୨୬, ଓଡ଼ିଶାର ଜଳସମ୍ପଦ ବିଭାଗକୁ ଶ୍ରେଷ୍ଠ ପୁରସ୍କାର

୯ମ ଭାରତ ଅନ୍ତର୍ଜାତୀୟ ଜଳ ସପ୍ତାହ (ଆଇଆଇଡବ୍ଲ୍ୟୁଡବ୍ଲ୍ୟୁ) ୨୦୨୬ରେ ରାଜ୍ୟ ବର୍ଗରେ ଓଡ଼ିଶା ଜଳ ସମ୍ପଦ ବିଭାଗକୁ ଶ୍ରେଷ୍ଠ ପୁରସ୍କାର…

ଭୁବନେଶ୍ଵର DCP ଭାବେ ଦାୟିତ୍ୱ ନେଲେ ଶର୍ବଣା ବିବେକ ଏମ୍

ଭୁବନେଶ୍ଵର DCP ଭାବେ ଦାୟିତ୍ୱ ଗ୍ରହଣ କଲେ ଶର୍ବଣା ବିବେକ ଏମ୍ । ନବ ନିଯୁକ୍ତ ଡିସିପି ଶ୍ରର୍ବଣା ବିବେକ୍ ଏମ୍ ଭୁବନେଶ୍ବରରେ ପହଞ୍ଚିବା ପରେ ପ୍ରଥମେ…

Apply Now


This will close in 0 seconds

error: Content is protected !!